9 ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ। 10 ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ। 16 ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।
Publicidade