14 ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି। 15 ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ।