23 ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍ ଈଶ୍ବରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ। 24 କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି,
"ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ,
ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ;
ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,
25 କିନ୍ତୁ ଈଶ୍ବରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।"
ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି।