8 ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ 9 ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,