20 ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ବର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ; 21 ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି; 22 ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।
Publicidade