2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର। 3 ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ; 4 ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି; 5 କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ସେହି ଈଶ୍ବରଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ। 6 କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ବରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ। 7 ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,