6 ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ; 7 ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି। 8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି; 9 ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି। 10 ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
Publicidade