8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି; 9 ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି। 10 ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
Publicidade