10 ତହୁଁ ଏଲୀୟ କହିଲେ, "ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋʼ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।"