12 ଆଉ ଭୂମିକମ୍ପ ଉତ୍ତାରେ ଅଗ୍ନି ହେଲା; ମାତ୍ର ସଦାପ୍ରଭୁ ସେହି ଅଗ୍ନିରେ ନ ଥିଲେ; ପୁଣି, ଅଗ୍ନି ଉତ୍ତାରେ ଏକ ଶାନ୍ତ କ୍ଷୁଦ୍ର ରବ ହେଲା। 13 ତହୁଁ ଏଲୀୟ ତାହା ଶୁଣନ୍ତେ, ଆପଣା ବସ୍ତ୍ରରେ ମୁଖ ଆଚ୍ଛାଦନ କରି ବାହାରେ ଯାଇ ଗହ୍ୱର-ମୁଖ ନିକଟରେ ଠିଆ ହେଲେ। ତହିଁରେ ଦେଖ, ଏକ ରବ ତାଙ୍କ ନିକଟରେ ଉପସ୍ଥିତ ହୋଇ କହିଲା, "ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ?"