5 ଗିବୀୟୋନ୍ରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, "ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।" 6 ତହିଁରେ ଶଲୋମନ କହିଲେ, "ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ। 7 ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ। 8 ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ସକାଶୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି। 9 ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?" 10 ଶଲୋମନ ଯେ ଏହି ବିଷୟ ମାଗିଲେ, ଏହି କଥାରେ ପ୍ରଭୁ ସନ୍ତୁଷ୍ଟ ହେଲେ। 11 ଏଥିରେ ପରମେଶ୍ୱର ତାଙ୍କୁ କହିଲେ, "ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି, ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ୱର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ; 12 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ।
Publicidade
ପ୍ରଥମ ରାଜାବଳୀ 3
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.