7 ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ। 8 ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ସକାଶୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି। 9 ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?"
Publicidade