10 ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା। 11 ପୁଣି, ସେ ଏକ ମାନତ ମନାସି କହିଲା; "ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।"