26 ତହିଁରେ ସେ ସ୍ତ୍ରୀ କହିଲା, "ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି। 27 ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି। 28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା," ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।
Publicidade