11 ଏଉତ୍ତାରେ ଶାମୁୟେଲ ଯିଶୀକୁ କହିଲେ, "ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି?" ସେ କହିଲା, "କେବଳ କନିଷ୍ଠଟି ବାକି ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି।" ତହିଁରେ ଶାମୁୟେଲ ଯିଶୀକୁ କହିଲେ, "ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ।" 12 ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା। ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର। ସେତେବେଳେ ସଦାପ୍ରଭୁ କହିଲେ, "ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ।" 13 ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।
Publicidade