34 ତହୁଁ ଦାଉଦ ଶାଉଲଙ୍କୁ କହିଲେ, "ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନିଗଲେ, 35 ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତାʼ ମୁଖରୁ ଛୁଆକୁ ରକ୍ଷା କରେ; ପୁଣି, ସେ ମୋʼ ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ। 36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।"
Publicidade