Pular para o conteúdo
Publicidade

ପ୍ରଥମ ଶାମୁୟେଲ 17:4,33,37,40,45,49

4 ଏଥିରେ ଗାଥ୍‍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।

33 ତହିଁରେ ଶାଉଲ ଦାଉଦଙ୍କୁ କହିଲେ, "ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା।" 37 ଆହୁରି ଦାଉଦ କହିଲେ, "ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ।" ଏଥିରେ ଶାଉଲ ଦାଉଦଙ୍କୁ କହିଲେ, "ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।" 40 ପୁଣି, ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ।

45 ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, "ତୁମ୍ଭେ ଖଡ୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋʼ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।

49 ପୁଣି, ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯାʼନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.