7 ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, "ମୋʼ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି।" ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, "ଦେଖନ୍ତୁ, ଐନ୍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।"
15 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, "ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ?" ତହୁଁ ଶାଉଲ ଉତ୍ତର ଦେଲେ, "ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।"