Pular para o conteúdo
Publicidade

ପ୍ରଥମ ଶାମୁୟେଲ 3:1,4-10

ଶାମୁୟେଲଙ୍କୁ ପରମେଶ୍ୱରଙ୍କ ଆହ୍ୱାନ

1 ସେସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ ଦର୍ଶନ ନ ଥିଲା। 4 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, "ମୁଁ ଏଠାରେ ଅଛି।" 5 ପୁଣି, ସେ ଏଲିଙ୍କ ନିକଟକୁ ଧାଇଁଯାଇ କହିଲେ, "ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?" ସେ କହିଲେ, "ମୁଁ ଡାକି ନାହିଁ; ଫେରିଯାଇ ଶୁଅ।" ତହୁଁ ସେ ଯାଇ ଶୋଇଲେ; 6 ଏଉତ୍ତାରେ ସଦାପ୍ରଭୁ "ଶାମୁୟେଲ" ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, "ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?" ସେ ଉତ୍ତର ଦେଲେ, "ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।" 7 ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା। 8 ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, "ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?" ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ। 9 ତେଣୁ, ଏଲି ଶାମୁୟେଲଙ୍କୁ କହିଲେ, "ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ‘ହେ ସଦାପ୍ରଭୋ କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି।’" ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ।

10 ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି "ଶାମୁୟେଲ, ଶାମୁୟେଲ," ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, "କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.