Pular para o conteúdo
Publicidade

ପ୍ରଥମ ଶାମୁୟେଲ 8:7,11-20

7 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, "ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହି ସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।

11 ଆହୁରି ସେ କହିଲେ, "ତୁମ୍ଭମାନଙ୍କ ଉପରେ ଯେ ରାଜତ୍ୱ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ୱାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ। 12 ପୁଣି, ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ। 13 ଆଉ ସେ ତୁମ୍ଭମାନଙ୍କ କନ୍ୟାଗଣକୁ ନେଇ ଗନ୍ଧଦ୍ରବ୍ୟ ପ୍ରସ୍ତୁତକାରିଣୀ ଓ ପାଚିକା ଓ ସୂପକାରିଣୀ କରିବ। 14 ଆହୁରି ସେ ତୁମ୍ଭମାନଙ୍କ ଶସ୍ୟକ୍ଷେତ୍ର ଓ ତୁମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ଓ ତୁମ୍ଭମାନଙ୍କ ଜୀତକ୍ଷେତ୍ର ମଧ୍ୟରୁ ସର୍ବୋତ୍ତମ କ୍ଷେତ୍ରସବୁ ନେଇ ଆପଣା ଦାସମାନଙ୍କୁ ଦେବ। 15 ପୁଣି, ସେ ତୁମ୍ଭମାନଙ୍କ ବିହନର ଓ ତୁମ୍ଭମାନଙ୍କ ଦ୍ରାକ୍ଷାର ଦଶମାଂଶ ନେଇ ଆପଣାର ଗୃହାଧ୍ୟକ୍ଷ ଓ ଦାସମାନଙ୍କୁ ଦେବ। 16 ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ8:16 ଯୁବା ପୁରୁଷମାନଙ୍କୁ କିମ୍ବା ଗୃହପାଳିତ ପଶୁଗଣକୁ ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ। 17 ସେ ତୁମ୍ଭମାନଙ୍କ ମେଷପଲର ଦଶମାଂଶ ନେବ ଓ ତୁମ୍ଭେମାନେ ତାହାର ଦାସ ହେବ। 18 ପୁଣି, ସେସମୟରେ ତୁମ୍ଭେମାନେ ଆପଣା ମନୋନୀତ ରାଜା ସକାଶୁ କ୍ରନ୍ଦନ କରିବ; ମାତ୍ର ସେସମୟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଉତ୍ତର ଦେବେ ନାହିଁ।"

19 ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, "ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ; 20 ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.