9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ। 10 କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।