ପ୍ରଭୁଙ୍କ ଆଗମନର ଦିନ
1 କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ,
2 କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।
3 ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।