Pular para o conteúdo
Publicidade

୨ କରିନ୍ଥୀୟ 11:23-30

23 ସେମାନେ କି ଖ୍ରୀଷ୍ଟଙ୍କ ସେବକ? (ମୁଁ ପାଗଳ ପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ; 24 ମୁଁ ଯିହୁଦୀମାନଙ୍କଠାରୁ ପାଞ୍ଚ ଥର ଅଣଚାଳିଶ ପ୍ରହାର ପାଇଅଛି, 25 ତିନି ଥର ବେତ୍ରାଘାତ, ଥରେ ପ୍ରସ୍ତରାଘାତ, ତିନି ଥର ଜାହାଜଭଙ୍ଗ ସହିଅଛି, ଅଗାଧ ଜଳରେ ଦିବାରାତ୍ର କ୍ଷେପଣ କରିଅଛି, 26 ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୁଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ, ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ, 27 ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଗ୍ନତାରେ ମଧ୍ୟ ରହିଅଛି। 28 ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟ ପ୍ରତିଦିନ ମୋʼ ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍‍ ମଣ୍ଡଳୀ-ସମୂହ ନିମନ୍ତେ ଚିନ୍ତା। 29 କେହି ଦୁର୍ବଳ ହେଲେ ମୁଁ କଅଣ ଦୁର୍ବଳ ନୁହେଁ? କେହି ବିଘ୍ନ ପାଇଲେ ମୁଁ କଅଣ ଉତ୍ତପ୍ତ ହୁଏ ନାହିଁ? 30 ଯଦି ମୋହର ଦର୍ପ କରିବାର ଆବଶ୍ୟକ ହୁଏ, ତେବେ ମୁଁ ମୋହର ଦୁର୍ବଳତା ବିଷୟରେ ଦର୍ପ କରିବି।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.