8 ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି। 9 ଆଉ, ସେ ମୋତେ କହିଅଛନ୍ତି, "ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।" ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।
Publicidade