14 କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି, 15 କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ବରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ, 16 ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ? 17 ସେହି ଅନେକ ଲୋକ ଯେପରି ଈଶ୍ବରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।
Publicidade