17 କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି; 18 ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ।