6 ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ଯ୍ୟନ୍ତ ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ। 7 (କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନଯାପନ ନ କରି ବିଶ୍ୱାସରେ ଜୀବନଯାପନ କରୁଅଛୁ), 8 ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ। 9 ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତ ବାସନା।
Publicidade