ଜୀବିତ ଈଶ୍ବରଙ୍କ ମନ୍ଦିର
14 ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଭାଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା? 15 ବିଲିୟାର୍6:15 ବିଲିୟାର୍ ବିଲିୟାର୍ର ଅର୍ଥ ଶୟତାନ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ବା ଅବିଶ୍ୱାସୀ ସହିତ ବିଶ୍ୱାସୀର କି ଅଂଶ? 16 ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି,
"ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା;
ଆମ୍ଭେ ସେମାନଙ୍କ ଈଶ୍ବର ହେବା,
ଆଉ ସେମାନେ ଆମ୍ଭର ଲୋକ ହେବେ।"
17 ଏଣୁ ପ୍ରଭୁ ଏହା କହନ୍ତି,
"ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ,
ଆଉ ପୃଥକ ହୁଅ, ଆଉ,
ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ;
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା"