15 ତହୁଁ ସେ କହିଲେ, "ହେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀଗଣ, ତୁମ୍ଭେମାନେ, ଆଉ ହେ ମହାରାଜ ଯିହୋଶାଫଟ୍, ତୁମ୍ଭେ ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି କଥା କହନ୍ତି, ‘ଏହି ମହାଜନତା ସକାଶୁ ତୁମ୍ଭେମାନେ ଭୟ ନ କର, କି ନିରାଶ ନ ହୁଅ; କାରଣ ଏହି ଯୁଦ୍ଧ ତୁମ୍ଭମାନଙ୍କର ନୁହେଁ, ମାତ୍ର ପରମେଶ୍ୱରଙ୍କର। 16 କାଲି ତୁମ୍ଭେମାନେ ସେମାନଙ୍କ ପ୍ରତିକୂଳରେ ଯାଅ; ଦେଖ, ସେମାନେ ସୀସ୍ ଘାଟି ଦେଇ ଆସୁଅଛନ୍ତି; ତୁମ୍ଭେମାନେ ଯିରୁୟେଲ୍ ପ୍ରାନ୍ତର ସମ୍ମୁଖସ୍ଥ ଉପତ୍ୟକାର ପ୍ରାନ୍ତଭାଗରେ ସେମାନଙ୍କୁ ପାଇବ। 17 ଏ ଯୁଦ୍ଧରେ ଯୁଦ୍ଧ କରିବାକୁ ତୁମ୍ଭମାନଙ୍କର ଆବଶ୍ୟକ ହେବ ନାହଁ; ହେ ଯିହୁଦା ଓ ଯିରୂଶାଲମ, ଆପଣାମାନଙ୍କୁ ସଜାଅ, ତୁମ୍ଭେମାନେ ସୁସ୍ଥିର ହୁଅ ଓ ତୁମ୍ଭମାନଙ୍କ ସହବର୍ତ୍ତୀ ସଦାପ୍ରଭୁ କିପରି ଉଦ୍ଧାର କରିବେ, ତାହା ଦେଖ;’ ଭୟ କର ନାହିଁ, କି ନିରାଶ ହୁଅ ନାହିଁ; କାଲି ସେମାନଙ୍କ ପ୍ରତିକୂଳରେ ଯାଅ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛନ୍ତି।"
Publicidade
ଦ୍ୱିତୀୟ ବଂଶାବଳୀ 20
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.