3 ତହିଁରେ ଯିହୋଶାଫଟ୍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ। 4 ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ।
15 ତହୁଁ ସେ କହିଲେ, "ହେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀଗଣ, ତୁମ୍ଭେମାନେ, ଆଉ ହେ ମହାରାଜ ଯିହୋଶାଫଟ୍, ତୁମ୍ଭେ ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି କଥା କହନ୍ତି, ‘ଏହି ମହାଜନତା ସକାଶୁ ତୁମ୍ଭେମାନେ ଭୟ ନ କର, କି ନିରାଶ ନ ହୁଅ; କାରଣ ଏହି ଯୁଦ୍ଧ ତୁମ୍ଭମାନଙ୍କର ନୁହେଁ, ମାତ୍ର ପରମେଶ୍ୱରଙ୍କର। 17 ଏ ଯୁଦ୍ଧରେ ଯୁଦ୍ଧ କରିବାକୁ ତୁମ୍ଭମାନଙ୍କର ଆବଶ୍ୟକ ହେବ ନାହଁ; ହେ ଯିହୁଦା ଓ ଯିରୂଶାଲମ, ଆପଣାମାନଙ୍କୁ ସଜାଅ, ତୁମ୍ଭେମାନେ ସୁସ୍ଥିର ହୁଅ ଓ ତୁମ୍ଭମାନଙ୍କ ସହବର୍ତ୍ତୀ ସଦାପ୍ରଭୁ କିପରି ଉଦ୍ଧାର କରିବେ, ତାହା ଦେଖ;’ ଭୟ କର ନାହିଁ, କି ନିରାଶ ହୁଅ ନାହିଁ; କାଲି ସେମାନଙ୍କ ପ୍ରତିକୂଳରେ ଯାଅ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛନ୍ତି।"
22 ଆଉ, ସେମାନେ ଗାୟନ ଓ ପ୍ରଶଂସା କରିବାକୁ ଆରମ୍ଭ କରନ୍ତେ, ଯିହୁଦାର ପ୍ରତିକୂଳରେ ଆଗତ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣ ବିରୁଦ୍ଧରେ ଗୁପ୍ତରେ ଛକି ବସିବା ପାଇଁ ସଦାପ୍ରଭୁ ଲୋକ ନିଯୁକ୍ତ କଲେ; ତହିଁରେ ସେମାନେ ପରାସ୍ତ ହେଲେ।