Pular para o conteúdo
Publicidade

ଦ୍ୱିତୀୟ ବଂଶାବଳୀ 9:1-8

ଶିବା ଦେଶର ରାଣୀଙ୍କ ପରିଦର୍ଶନ

1 ଏଥିଉତ୍ତାରେ ଶିବା ଦେଶର ରାଣୀ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ଯିରୂଶାଲମରେ ଶଲୋମନଙ୍କର ପରୀକ୍ଷା କରିବା ପାଇଁ ସୁଗନ୍ଧି ଦ୍ରବ୍ୟ ଓ ବିସ୍ତର ସୁବର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା। 2 ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ ଓ ଶଲୋମନଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ଯାହା ସେ ତାହାକୁ କହିଲେ ନାହିଁ। 3 ପୁଣି ଶିବାର ରାଣୀ ଶଲୋମନଙ୍କର ଜ୍ଞାନ ଓ ତାଙ୍କ ନିର୍ମିତ ଗୃହ 4 ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କର ଆସନ ଓ ତାଙ୍କର ମନ୍ତ୍ରୀମାନଙ୍କର ସେବା ଓ ସେମାନଙ୍କର ବସ୍ତ୍ର ଓ ତାଙ୍କର ପାତ୍ରବାହକଗଣ ଓ ସେମାନଙ୍କର ବସ୍ତ୍ର ଓ ସଦାପ୍ରଭୁଙ୍କ ଗୃହକୁ ଉଠି ଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ହତଜ୍ଞାନ ହେଲା।

5 ତହୁଁ ସେ ରାଜାଙ୍କୁ କହିଲା, "ଆମ୍ଭେ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ବାଦ ପାଇଥିଲୁ, ତାହା ସତ୍ୟ। 6 ତଥାପି ଆମ୍ଭେ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ଲୋକମାନଙ୍କର କଥା ବିଶ୍ୱାସ କଲୁ ନାହିଁ; ଆଉ ଦେଖନ୍ତୁ, ଆପଣଙ୍କ ଜ୍ଞାନର ଅର୍ଦ୍ଧେକ ମାହାତ୍ମ୍ୟ ଆମ୍ଭକୁ କୁହାଯାଇ ନ ଥିଲା; ଆମ୍ଭ ଶୁଣିବାର ଅପେକ୍ଷା ଆପଣଙ୍କ ସୁଖ୍ୟାତି ଅଧିକ। 7 ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କର ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଠିଆ ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି। 8 ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ଯେ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହୋଇ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ପକ୍ଷରେ ରାଜା ହେବାକୁ ଆପଣା ସିଂହାସନରେ ଆପଣଙ୍କୁ ବସାଇ ଅଛନ୍ତି; ଯେଣୁ ଆପଣଙ୍କ ପରମେଶ୍ୱର ଇସ୍ରାଏଲକୁ ଅନନ୍ତକାଳସ୍ଥାୟୀ କରିବା ନିମନ୍ତେ ସେମାନଙ୍କୁ ପ୍ରେମ କରନ୍ତି; ଏହି ହେତୁରୁ ବିଚାର ଓ ନ୍ୟାୟ କରିବାକୁ ସେ ସେମାନଙ୍କ ଉପରେ ଆପଣଙ୍କୁ ରାଜା କଲେ।"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.