11 ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ବରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ, 12 ସେହି ଈଶ୍ବରଙ୍କ ନ୍ୟାୟବିଚାର ଦିନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ। 13 ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।