17 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୂରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ, 18 ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର, ଆମେନ୍।