ହିଜକୀୟଙ୍କ ଅସୁସ୍ଥତା ଓ ଆରୋଗ୍ୟତା
1 ସେହି ସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାଙ୍କ ନିକଟକୁ ଆସି କହିଲେ, "ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।" 2 ଏଥିରେ ସେ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, 3 "ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।" ଆଉ ହିଜକୀୟ ଅତିଶୟ ରୋଦନ କଲେ। 4 ଏଥିଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, 5 ଯଥା, "ଫେରିଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ।