27 ଏଥିଉତ୍ତାରେ ସେ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଆସି ତାଙ୍କ ଚରଣ ଧରି ରହିଲା। ତହିଁରେ ଗିହେଜୀ ତାହାକୁ ଛଡ଼ାଇ ଦେବା ପାଇଁ ନିକଟକୁ ଆସିଲା; ମାତ୍ର ପରମେଶ୍ୱରଙ୍କ ଲୋକ କହିଲେ, "ତାହାକୁ ଛାଡ଼ିଦିଅ; କାରଣ ତାହାର ଅନ୍ତରରେ ତାହାର ପ୍ରାଣ ଶୋକାକୁଳ ହୋଇଅଛି; ମାତ୍ର ସଦାପ୍ରଭୁ ମୋʼ ଠାରୁ ତାହା ଗୋପନରେ ରଖିଅଛନ୍ତି, ପୁଣି ତାହା ମୋତେ ଜଣାଇ ନାହାନ୍ତି।"