7 ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି; 8 ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
Publicidade