ପୃଥିବୀର ଶସ୍ୟ ଅମଳ
14 ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଶୁଭ୍ରବର୍ଣ୍ଣ ଖଣ୍ଡେ ମେଘ, ତହିଁ ଉପରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ଉପବିଷ୍ଟ, ତାହାଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ଓ ହସ୍ତରେ ତୀକ୍ଷ୍ଣ ଦାଆ। 15 ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଚ୍ଛନ୍ନ ବ୍ୟକ୍ତିଙ୍କୁ ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପରିପକ୍ୱ ହୋଇଅଛି। 16 ତହୁଁ ସେହି ମେଘାଛନ୍ନ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା।