13 ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ; 14 ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ବରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି।