13 ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ; 14 ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ବରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି। 15 ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; "ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଗ୍ନ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ।" 16 ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ଏକ ସ୍ଥାନରେ ଏକତ୍ର କଲେ।
Publicidade