9 ସେମାନେ ପୃଥିବୀର ପ୍ରଶସ୍ତ ସ୍ଥାନରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ। ସେତେବେଳେ ସ୍ୱର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା। 10 ଯେଉଁ ଶୟତାନ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।
Publicidade