3 ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ, 4 ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।
Publicidade
Publicidade