ପ୍ରଥମରୁ ଷଷ୍ଠ ମୁଦ୍ରା ଭଗ୍ନ
1 ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣକୁ ବଜ୍ର ପରି ସ୍ୱରରେ ଏହା କହୁଥିବା ଶୁଣିଲି, ଆସ। 2 ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ୱ, ପୁଣି, ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦିଆ ହେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ।