7 ମେଷଶାବକ ଯେତେବେଳେ ଚତୁର୍ଥ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଚତୁର୍ଥ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ। 8 ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ଡୁ ବର୍ଣ୍ଣ ଅଶ୍ୱ, ତାହାର ଆରୋହୀ ନାମ ମୃତ୍ୟୁ, ପୁଣି, ପାତାଳ ତାହାର ପଶ୍ଚାଦ୍ଗମନ କରୁଥିଲା; ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟ-ପଶୁମାନଙ୍କ ଦ୍ୱାରା ବିନାଶ କରିବାକୁ ପୃଥିବୀର ଚାରି ଭାଗ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା।
Publicidade