Pular para o conteúdo
Publicidade

ପ୍ରେରିତ 12:2,5,12-16

2 ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ୍ଗରେ ବଧ କଲେ। 5 ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ରଭାବେ ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା।

12 ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରୀୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ। 13 ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା। 14 ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା। 15 ସେମାନେ ତାହାକୁ କହିଲେ, ତୁ ବାୟାଣୀ। କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା। ସେମାନେ କହିଲେ, ଏ ତାଙ୍କର ଦୂତ। 16 କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.