Pular para o conteúdo
Publicidade

ପ୍ରେରିତ 16:16-34

ଫିଲିପ୍ପୀର କାରାଗାରରେ ପାଉଲ ଓ ଶୀଲା

16 ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ଦୈବଜ୍ଞ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା। 17 ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ବରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି। 18 ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା। କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି। ଏଥିରେ ସେ ସେହି ମୁହୂର୍ତ୍ତରେ ବାହାରିଗଲା। 19 କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ। 20 ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି। 21 ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁ ସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି। 22 ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ। 23 ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ। 24 ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ଼ କାଠଗଣ୍ଡି ବାନ୍ଧିଦେଲେ।

କାରାରକ୍ଷକର ପରିବର୍ତ୍ତନ

25 କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ। 26 ସେତେବେଳେ ହଠାତ୍‍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍‌କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା। 27 ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ୱାର ଖୋଲା ହେବା ଦେଖି ବନ୍ଦୀମାନେ ପଳାଇଯାଇଅଛନ୍ତି ବୋଲି ମନେ କରି, ଖଣ୍ଡା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ। 28 କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ। 29 ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ, 30 ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କଅଣ କରିବାକୁ ହେବ? 31 ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ। 32 ପରେ ସେମାନେ ତାହାଙ୍କୁ ଓ ତାହାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ବରଙ୍କ ବାକ୍ୟ କହିଲେ। 33 ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ। 34 ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ବରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.