Pular para o conteúdo
Publicidade

ପ୍ରେରିତ 18:12-17

12 କିନ୍ତୁ ଗାଲ୍ଲିୟୋନ୍ ଆଖାୟା ଅଞ୍ଚଳର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ, 13 ଏହି ଲୋକଟା ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ବରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ। 14 କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲିୟୋନ୍ ଯିହୁଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାଆନ୍ତା, ତେବେ, ହେ ଯିହୁଦୀମାନେ, ଧିର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତିସଙ୍ଗତ ହୋଇଥାଆନ୍ତା, 15 ମାତ୍ର ଯଦି ଏହିସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହିସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ। 16 ପୁଣି, ସେ ସେମାନଙ୍କୁ ବିଚାରାସନ ସମ୍ମୁଖରୁ ତଡ଼ିଦେଲେ। 17 ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥିନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.