22 ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ବର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି, ଏହା ଅାପଣମାନେ ନିଜେ ଜାଣନ୍ତି; 23 ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ; 24 କିନ୍ତୁ ଈଶ୍ବର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।
Publicidade