23 ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ; 24 କିନ୍ତୁ ଈଶ୍ବର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।
Publicidade