11 "‘ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା,
ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର।’
12 ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।"