Pular para o conteúdo
Publicidade

ପ୍ରେରିତ 4:32-35

ବିଶ୍ୱାସୀମାନେ ସମ୍ପତ୍ତିରେ ସମାନ ଅଧିକାର

32 ବିଶ୍ୱାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା। 33 ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା। 34 ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ, 35 ଆଉ ପ୍ରତ୍ୟେକ ଜଣକୁ ତାହାର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.